ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୫ ପ୍ରସ୍ତାବ ଉପରେ ଲାଗିଲା ମୋହର…

👇खबर सुनने के लिए प्ले बटन दबाएं

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ଆଦିବାସୀ ଜମି କିଣାବିକା ପ୍ରସ୍ତାବ ସହ ୫ ଗୋଟି ପ୍ରସ୍ତାବ ଉପରେ ଲାଗିଲା ମୋହର…

ଭୁବନେଶ୍ବର, k7khabar: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା !

ଆଜିର ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ପାଇଁ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥି ସହିତ ଟେକ୍ନୋଲୋଜିର ବ୍ୟବହାର କରି ଭାଷାର ପ୍ରଚାର ପ୍ରସାର କରାଯିବ। ୧୬୯ ଜନଜାତିକୁ ଆଦିବାସୀ ମାନ୍ୟତା ପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ସୁପାରିସ କରିବା ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଏହା ସହ ମୁଣ୍ଡାରୀ,ସଉରା,ହୋ ଏବଂ କୁଇ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ଦାବି ଦୋହରାଇବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି; ଆଦିବାସୀଙ୍କ ଜମି କିଣାବିକାକୁ ନେଇ ଗତ ୧୪ ନଭେମ୍ବର ୨୦୨୩ କ୍ୟାବିଟେନ ବୈଠକରେ ହୋଇଥିବା ନିଷ୍ପତ୍ତିକୁ ଆଜି କ୍ୟାବିନେଟ ବୈଠକରେ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯାଇଛି। ନଭେମ୍ବର ୧୪ ରାଜ୍ୟ କ୍ୟାବିନେଟ ବୈଠକରେ ଆଦିବାସୀମାନେ ଅଣ ଆଦିବାସୀଙ୍କୁ ଜମି ହସ୍ତାନ୍ତର କରିବା ସହ ଶିକ୍ଷା, ଶିଳ୍ପ ଓ ବ୍ୟବସାୟ ପାଇଁ ବ୍ୟାଙ୍କରେ ଜମିକୁ ବନ୍ଧକ ରଖିପାରିବେ ବୋଲି ନିଷ୍ପତ୍ତି ନିଆଯାଇଥିଲା । ଏହି ବିବାଦୀୟ ପ୍ରସ୍ତାବକୁ ବିଭିନ୍ନ ମହଲରୁ ବିରୋଧ ହେବାପରେ ଏହି ନିଷ୍ପତ୍ତିକୁ ପ୍ରତ୍ୟାହାର କରାଯାଇଥିଲା। ଆଜି ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିନେଇଛି।

ତାହାସହ ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଆଉ ଏକ ନୂଆ ‘LAVA’ ଯୋଜନା ଘୋଷଣା କରାଯାଇଛି। ଏହି ଯୋଜନା ଫଳରେ ରାଜ୍ୟର ଆଦିବାସୀ ମହିଳା ମାନେ ବହୁତ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି। LAVA ଅର୍ଥ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ଓଡ଼ିଶା ଭଳି ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାର ଲାଭ ନେଇପାରିବେ ଆଦିବାସୀ ମହିଳା। ମିଶନ ଶକ୍ତି ଓ ଟିଡିସିସି ମାଧ୍ୟମରେ କାର୍ଯ୍ୟ କରିବ ଏହି ଯୋଜନା। ଏହା ପାଇଁ ରାଜ୍ୟ ସରକାର ଶତ ପ୍ରତିଶତ ଫଣ୍ଡିଂ କରିବେ। ଏହି ଯୋଜନା ପାଇଁ ଶହେ କୋଟିର ବ୍ୟୟ ବରାଦ କରାଯାଇଛି। ଏହାସହ ରାଜ୍ୟ ସରକାର ପ୍ରଥମ ଥର ପାଇଁ ଲଘୁ ବନଜାତ ଦ୍ରବ୍ୟ ଉପରେ ଧାର୍ଯ୍ୟ କରିବେ ଏମଏସପି, ଯାହାର କିପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ।ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ। ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ

Leave a Comment

  • Digital Griot