ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ଫେବ୍ରୁଆରୀ ୨୭ ହେବ ନିର୍ବାଚନ…

👇खबर सुनने के लिए प्ले बटन दबाएं

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଫେବ୍ରୁଆରୀ ୨୭ରେ ନିର୍ବାଚନ…

ନୂଆଦିଲ୍ଲୀ,k7khabar: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ ଏବଂ ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ।

୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ ଓ ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ହେବ ନିର୍ବାଚନ। ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଶେଷ ହେଉଛି।

ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ହେବ ନିର୍ବାଚନ। ଏହି ସମସ୍ତଙ୍କ କାର୍ଯ୍ୟକାଳ ଏପ୍ରିଲ ୩ ତାରିଖରେ ଶେଷ ହେବ। କାର୍ଯ୍ୟକାଳ ଅବଧି ସରିବା ପୂର୍ବରୁ ଫେବ୍ରୁଆରୀ ୨୭ରେ ଭୋଟଗ୍ରହଣ ହେବ। ତେବେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ୩ଟି ଆସନ ବିଜେଡି ହାତକୁ ଆସିବ। କିନ୍ତୁ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଉପରେ ସମସ୍ତଙ୍କ ନଜର ।

Leave a Comment

  • Digital Griot