ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ବିଭିନ୍ନ ଭତ୍ତା ଓ ବୀମା ରାଶିର ବୃଦ୍ଧି…
ପୁରୀ,K7khabar: ଶ୍ରୀମନ୍ଦିର ସେବାୟତ ମାନଙ୍କ ପାଇଁ ଖୁସି ଖବର। ସେବାୟତଙ୍କ କଲ୍ୟାଣ ନିମିତ୍ତ ଆଜି ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଥିରେ ବିଭିନ୍ନ ଭତ୍ତାର ପରିମାଣ ସହ ସ୍ୱାସ୍ଥ୍ୟ ବୀମା ରାଶିକୁ ବୃଦ୍ଧି କରାଯାଇଛି।
ଆଜି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶ୍ରୀମନ୍ଦିର ସେବାୟତ ଏବଂ ସେମାନଙ୍କ ପରିବାର ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶିର ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବା ସହ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ତିନିଥର ସହାୟତା ଯୋଗାଇ ଦିଆଯିବ।
ଆଜି ସେବାୟତ ମାନଙ୍କୁ ଦିଆଯାଇଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ବାବଦରେ ରାଜ୍ୟ ସରକାର ଶ୍ରୀମନ୍ଦିର ପ୍ରଶାସନକୁ ୧୦.୮୫ କୋଟି ଟଙ୍କା ପ୍ରଦାନ କରିଛନ୍ତି।